ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଆତିଶୀ ମାର୍ଲେନା, କେଜ୍ରିଓ୍ୱାଲଙ୍କ ପାଇଁ ଖାଲିରିଖିଲେ ଆଉ ଏକ ଚୌକି..

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । କେଜ୍ରିଓ୍ୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ଯ ଆରମ୍ଭ କରିଛନ୍ତି।
ଆତିଶୀ କହିଛନ୍ତି, ଆଜି ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କ ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ ରଖିରାଜ୍ୟଭାର ସମ୍ଭାଳିଥିଲେ। ସେହିପରି ମୁଁ ମଧ୍ୟ ଆସନ୍ତା ୪ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବି।
ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍ରୁ ଜାମିନରେ ବାହାରିବା ପରେ ଅରବିନ୍ଦ କେଜ୍ରିଓ୍ୱାଲ ସେପ୍ଟେମ୍ବର ୧୭ ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। କେଜ୍ରିୱାଲଙ୍କ ଇସ୍ତଫା ପରେ ଆମ୍ ଆଦମୀ ପାର୍ଟିର ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ତାଙ୍କ ସ୍ଥାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଚୟନ କରାଯାଇଥିଲା।