ରାଜ୍ୟ

ଭରତପୁର ଘଟଣା: ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କଲେ ହାଇକୋର୍ଟ

ଭୁବନେଶ୍ବର: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା । ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତର ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ।

ସୂଚନା ଅନୁଯାୟୀ, ଭରତପୁର ଆଦର୍ଶ ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କ ପ୍ରତି ପୁଲିସର ବ୍ୟଭିଚାର ଘଟଣାକୁ ନେଇ ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେବାର ୭ ଦିନ ପରେ ହେଜିଛନ୍ତି ରାଜ୍ୟ ସରକାର।

ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଏବଂ ଅଭିଯୁକ୍ତ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ ସତ୍ତ୍ବେ ଅସନ୍ତୋଷ ନ ଥମିବାରୁ ଶେଷରେ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି।

ସୂଚନା ଅନୁସାରେ, ହାଇକୋର୍ଟର କାର୍ଯ୍ୟରତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶ ଭରତପୁର ଥାନା ଘଟଣାର ତଦନ୍ତ କରିବେ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ଜଷ୍ଟିସ ଦାଶ କମିସନଙ୍କୁ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ଏହାସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ ଯେ ଏହି ଘଟଣାରେ ବିଚାରବିଭାଗୀୟ ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରୁ ହି ଦାବି କରୁଥିଲେ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button