ରାଜ୍ୟ

ଲଗାଣ ବର୍ଷା: ସ୍କୁଲ ଛୁଟି ଘୋଷଣା କଲେ ପୁରୀ ଜିଲ୍ଲାପାଳ

ପୁରୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁ ଘରୁ ବାହାରିବା ଏବଂ ଯାତାୟତରେ ଅସୁବିଧା ହେଉଛି।

ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାରେ ଗୁରୁବାର ଦିନକ ପାଇଁ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।

ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏନେଇ ସୂଚନା ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ଓଡ଼ିଶାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଆଦି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ଟି ଜିଲ୍ଲାରେ ବର୍ଷାର ପରିମାଣ ଖୁବ ଅଧିକ ରହିପାରେ ବୋଲି ଅନୁମାନ କରାଯାଉଛି ।

ଗୁରୁବାର ପ୍ରବଳ ବର୍ଷା ନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେସବୁ ଜିଲ୍ଲା ମଧ୍ୟରେ ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ ଏବଂ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ଆନୁମାନ କରାଯାଇଛି। ସେହିପରି କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା ଏବଂ ରାୟଗଡ଼ା ଆଦି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button