ରାଜ୍ୟ

ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତା: ମାଣିଆବନ୍ଧ ପୁରସ୍କୃତ,ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ବୟନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବେ ପୁରସ୍କୃତ କରାଯାଇଛି।

ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଏହି ସମ୍ମାନଜନକ ପୁରସ୍କାର ଦିଆଯାଇଛି।

ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ଏକ୍ସରେ ମାଣିଆବନ୍ଧ ଗ୍ରାମବାସୀଙ୍କୁ ଛନ୍ତି।

ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, ଓଡ଼ିଶାରେ ହସ୍ତଶିଳ୍ପ ମଧ୍ୟରେ ବୟନଶିଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ। କଟକ ଜିଲ୍ଲାର ମାଣିଆବନ୍ଧ ଶାଢ଼ି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button