ରାଜ୍ୟ

ଟ୍ରକ୍‌କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍ ‘ଡଲ୍‌ଫିନ୍’: ୪ ଗୁରୁତର, ୧୫ ଆହତ

ନୀଳଗିରି ୦୧/୧୦ : ବାଲେଶ୍ୱର ଜିଲ୍ଲା ସେରଗଡ଼ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦ୍ରୁତଗତି ଆସି ଟ୍ରକକୁ ପଛପଟୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ଡ୍ରାଇଭର ସମେତ ୪ ଜଣ ଗୁରୁତର ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ କଲିକତାରୁ କଟକ ନାଉଗାଁ ଯାଉଥିଲା ଯାତ୍ରୀବାହୀ ବସ୍ ଡଲ୍ଫିନ୍ । ବାଲେଶ୍ୱର ଜିଲ୍ଲା ସେରଗଡ଼ ଲେମ୍ବୁ ନଈ ନିକଟରେ ଛିଡା ହୋଇଥିବା ଏକ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା ବସ୍। ଯାହାଫଳରେ ଦୁର୍ଘଟଣାରେ ଡ୍ରାଇଭର ସମେତ ୪ ଜଣ ଗୁରୁତର ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଖନ୍ତାପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button