ରାଜ୍ୟ

ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଘଟଣାର ତଦନ୍ତ କରୁଛି ପୋଲିସ

ମୁନିଗୁଡ଼ା,୦୨/୧୦: ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା । ମୃତକ ଚାଟିକଣା ମାଳିସାହିର ଘାଶିରାମ ଜିଲିକାରା ବୋଲି ଜଣାପଡ଼ିଛି । ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଚାଟିକଣା ମାଳିସାହିରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଘାଶିରାମ ମଙ୍ଗଳବାର ରାତିରେ ଘରେ ଥିବାବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ ।

ଏହା ଦେଖି ଘାଶିରାମଙ୍କ ପରିବାର ଲୋକେ ଆତଙ୍କିତ ଅବସ୍ଥାରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବିଷମକଟକ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ପୂର୍ବ ଶତ୍ରୁତାକୁ ନେଇ ଏଭଳି ହତ୍ୟାକାଣ୍ଡ କରାଯାଇଥିବା ନେଇ ପୋଲିସ ସନ୍ଦେହ କରୁଛି ।

Related Articles

Leave a Reply

Your email address will not be published. Required fields are marked *

Back to top button