ରାଜ୍ୟ

ଫୁଲବାଣୀରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲା ଫୁଲବାଣୀରେ ‘ସମାଜ’ ତରଫରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ୍ଙ୍କ ୧୪୭ ତମ ଜୟନ୍ତୀ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ୍ ଫୁଲବାଣୀ,ଏମ୍ କେ ଏସ୍ ପି, ଫୁଲବାଣୀ, ସ୍ୱେଚ୍ଛାସେବୀ ସଂସ୍ଥା ‘ସ୍ୱାତୀ’, ଇ-ଲାଇବ୍ରେରୀ ସମେତ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଏବଂ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା, ରୋଟାରୀ କ୍ଲବ୍ ସଭାପତି ବିପ୍ରଚରଣ ପାତ୍ରଙ୍କ ସହ ବହୁ ସଂଖ୍ୟାରେ ସାଧାରଣ ଜନତା ଯୋଗଦେଇଥିଲେ। ସମାଜ ଜିଲ୍ଲା ପ୍ରତିନିଧି ଅଶୋକ କୁମାର ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପାଇଁ ରୋଟାରୀଆନ୍ ପ୍ରସନ୍ନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥଲେ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button