ରାଜ୍ୟ

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ: ବୁଧବାର ବନକଲାଗି ନୀତି

ପୁରୀ : ବୁଧବାର ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ଅବସରରେ ଶ୍ରୀବିଗ୍ରହ ମାନଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି କରାଯିବ। ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ।

ମହାପ୍ରଭୁଙ୍କର ବନକ ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ଵିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ଵତନ୍ତ୍ର ନୀତି ଚାଲିବ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button