ରାଜ୍ୟ

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଆଧାରରେ ବର୍ତ୍ତମାନ ଏହା ପାରାଦ୍ୱୀପଠାରୁ ୭୩୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହୋଇ ଧିରେ ଧିରେ ସ୍ଥଳଭାଗ ମୁହାଁ ହେବା ସହ ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ।

ଆସନ୍ତା ୨୪ ଓ ୨୫ ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ପୁରୀ ଓ ସାଗରଦ୍ୱୀପ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କି.ମି ରହିବ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button