ରାଜ୍ୟ

ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଘସିରେ ଶବଦାହ

ମାଜ ଡିଜିଟାଲ ଡେସ୍କ: ପୁରୀ ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବଦାହ। ଏନେଇ ଯୋଜନା ପ୍ରସ୍ତୁତ ଚାଲିଥିବା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି ହିନ୍ଦୁ ଶାସ୍ତ୍ର ଅନୁସାରେ ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ। ଏନେଇ ସ୍ୱର୍ଗଦ୍ୱାର କମିଟି ସହ ଆଲୋଚନା ଚାଲିଛି।

ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତିଙ୍କ ସହ ଆଲୋଚନା ମଧ୍ୟ କରାଯିବ। ପରେ ଏନେଇ ଖୁବଶୀଘ୍ର ପଦକ୍ଷେପ ସରକାର ନେବେ ବୋଲି ସେ କହିଛନ୍ତି। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଗୋ ସୁରକ୍ଷା ଓ ଗୋ ମୁତ୍ର ଏବଂ ଗୋବରକୁ ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ କରାଯିବ। ୫ଜଣ ମନ୍ତ୍ରୀ ଓ ୫ଜଣ ସଚିବ ଏଥିରେ ରହିବେ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button