ରାଜ୍ୟ

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦେଶ

ମାଜ ଡିଜିଟାଲ ଡେସ୍କ/ଦାରିଙ୍ଗବାଡ଼ି: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ୨ ଜଣ ପ୍ରାଣ ହରାଇବା ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ଵାସ୍ଥ୍ୟ ବିଭାଗର ଏକ ଟିମ୍ ମଣ୍ଡିପଙ୍କା ଗାଁକୁ ଯାଇ ଘଟଣାର ତଦନ୍ତ କରିବା ସହିତ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ।

ରିପୋର୍ଟ ମିଳିବା ପରେ ପ୍ରକୃତରେ କ’ଣ ହୋଇଛି ତାହା ଜଣାପଡ଼ିବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୬ ଜଣ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ମୃତକମାନେ ହେଲେ ରୁମିତା ପାଟମାଝୀ(୨୫) ଓ ରୁନୁ ମାଝୀ(୨୮)। ଅସୁସ୍ଥଙ୍କ ମଧ୍ୟରେ ପ୍ରଭାତୀ ପାଟମାଝୀ (୩୨), ଡ୍ରାଙ୍ଗାଲୁ ପାଟମାଝୀ (୫୫), ଟୁନି ମାଝୀ (୪୫), ସୁଷମା ପାଟମାଝୀ (୨୮), ଜିତା ମାଝୀ (୩୦), ଜେବନ୍ତ ମାଝୀ (୩୦) ରହିଛନ୍ତି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା ଜାରି ରହିଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button