ରାଜ୍ୟ

କାର୍‌ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଟିକାବାଲି,୦୧/୧୦: ଡୁଙ୍ଗି ଠାରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ତନରଡ଼ାର ଶୁଭେନ୍ଦୁ ଶେଖର ସ୍ବାଇଁ (୨୫) ବୋଲି ଜଣାପଡିଛି । କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ଠାରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ଗୁରୁବାର ବିଳମ୍ବିତ ରାତିରେ ଏକ କାର୍ ( ଓଡି ୨୨ ବିଏଚ ୮୮୮୪ ସି) ଯୋଗେ ଦୁଇ ଜଣ ଯୁବକ ବେଲଗୁଣ୍ଠା ଥାନା ତନରଡ଼ାରୁ ଫୁଲବାଣୀ ଅଭିମୁଖେ ଯାତ୍ରା କରୁଥିଲେ।

ଏହି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଟିକାବାଲି ଅଗ୍ନିଶମ ବାହିନୀ ଏବଂ ଟିକାବାଲି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଯୁବକଙ୍କୁ ସେଠାରୁ ଉଦ୍ଧାର କରିଥିଲେ । ଉଦ୍ଧାର କରି ଉଭୟ ଯୁବକଙ୍କୁ ଟିକାବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ।

ସେଠାରେ ଡାକ୍ତର ଜଣେ ଯୁବକଙ୍କୁ ମୃତ ଘୋଷଣା କରିଥିଲେ । ପରେ ଗୁରୁତର ଯୁବକଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାର ତଦନ୍ତ ଚାଲିଥିବା ଟିକାବାଲି ଥାନା ଅଧିକାରୀ କଲ୍ୟାଣମୟୀ ଷେଣ୍ଢ ସୂଚନା ଦେଇଛନ୍ତି ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button