ଦେଶ- ବିଦେଶ

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ : ଜଣେ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ, ୦୬/୧୧ : ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ କୁପୱାରାର ଲୋଲାବର ମାର୍ଗି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ଭାରତୀୟ ସେନା ଏବଂ ଜମ୍ମୁ କଶ୍ମୀର ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ମାର୍ଗି, ଲୋଲାବ, କୁପୱାରାଠାରେ ସୁରକ୍ଷା ବାହିନୀ ଚଢାଉ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହା ପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହି ସର୍ଚ୍ଚ ଅପରେସନ କରୁଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button