ରାଜ୍ୟ
ପଞ୍ଚୁକ ପାଇଁ ପୁରୀରେ ସ୍ୱତନ୍ତ୍ର ବ୍ୟବସ୍ଥା, ସୁରକ୍ଷା ଦେବେ ୩୮ ପ୍ଲାଟୁନ୍ ପୁଲିସ୍

କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି। ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର। ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ। ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି।
ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି। ପୁରୀରେ ପଞ୍ଚୁକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ୩୮ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯିବ। ପଞ୍ଚୁକ ଏବଂ ଟ୍ରାଫିକ ପରିଚାଳନା ସମୟରେ ଶ୍ରୀଜଗନ୍ନାଥ ମନ୍ଦିରରେ ସୁଗମ ଦର୍ଶନ ଉପରେ ଧ୍ୟାନ ଦିଆଯିବ ବୋଲି ପୁରୀ ଏସପି ବିନିତ ଅଗ୍ରୱାଲ ସୂଚନା ଦେଇଛନ୍ତି।