ରାଜ୍ୟ

ବିସ୍ଫୋରଣରୁ ଏକାଧିକ ଜୀବନ ବର୍ତ୍ତି ଯାଇଥିବା ବେଳେ ଏନେଇ ଘର ମାଲିକଙ୍କ ନାମରେ ମାମଲା ରୁଜୁ

ଭୁବନେଶ୍ୱର ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରୁ ଏକାଧିକ ଜୀବନ ବର୍ତ୍ତି ଯାଇଥିବା ବେଳେ ଏନେଇ ଘର ମାଲିକଙ୍କ ନାମରେ ମାମଲା ରୁଜୁ କରିଛି କମିଶନରେଟ ପୁଲିସ। ସୂଚନା ଅନୁସାରେ ସୋମବାର ଇନ୍‌ଫୋସିଟି ଥାନା ଅଧୀନ ଟିସିଏସ୍‌ ଓ ଇନ୍‌ଫୋସିଟି ପଛପାଖ ଚୁନକୋଳି ବସ୍ତି ପାର୍ଶ୍ବରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା।

ଏଥିରେ କାହାର ମୃତ୍ୟୁ ଘଟି ନଥିଲେ ମଧ୍ୟ ଏକାଧିକ ଲୋକ ଆହତ ହୋଇଛି। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା। ନିକଟସ୍ଥ ଘର ଗୁଡ଼ିକର କବାଟ ଓ ଝରକା ଭାଙ୍ଗିରୁଜି ଯାଇଥିଲା । ଘଟଣା ପରେ ଘର ମାଲିକ ଫେରାର ହୋଇଯାଇଥିଲେ।ଚନ୍ଦ୍ରଶେଖରପୁର, ମଞ୍ଚେଶ୍ୱର ଓ କଳ୍ପନା ଅଗ୍ନିଶମ ବାହିନୀର ୪ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ୩ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ।

ବାଣ ଗୋଦାମ ସହ ଘର ଭିତରେ କିଭଳି ଲେଡିଜ୍ ହଷ୍ଟେଲ୍ ଚାଲିଥିଲା ତାହାକୁ ନେଇ ମଧ୍ୟ ତନାଘନା ଚାଲିଛି । ଉକ୍ତ ଘରେ ୨୦ରୁ ଅଧିକ ଯୁବତୀ ଭଡ଼ାରେ ରହୁଥିଲେ । ସୌଭାଗ୍ୟବଶଃତ ଯେତେବେଳେ ବିସ୍ଫୋରଣ ଘଟିଲା, ସେତେବେଳେ ଘର ଭିତରେ କେହି ନ ଥିଲେ । ନଚେତ ଏକ ବଡ଼ ଅଘଟଣକୁ ଏଡ଼ାଇ ଦିଆଯାଇପାରିନଥାନ୍ତା । ଏହି ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛି କମିଶନରେଟ ପୁଲିସ୍

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button