ରାଜ୍ୟ
ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ପାଳିବ ବିଜେପି
ଭୁବନେଶ୍ବର : ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀକୁ ବିଜେପି ଜନଜାତି ଗୌରବ ଦିବସ ଭାବେ ପାଳନ କରିବ। ଆସନ୍ତା ୧୫ରେ ରାଜ୍ୟର ୨୭ଟି ଜିଲାର ୨୮ଟି ସ୍ଥାନରେ ଏକକାଳୀନ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜନତା ମଇଦାନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବେ ବୋଲି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।