ରାଜ୍ୟ

ଏକ କଣ୍ଟେନର ଟୋଲଗେଟକୁ ଧକ୍କା ଦେବା ପରେ ଜଳିଗଲା

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଲକ୍ଷ୍ମଣନାଥ ଟୋଲଗେଟରେ ଘଟିଛି ଭୟଙ୍କର ଦୁର୍ଘଟଣା। ଏକ କଣ୍ଟେନର ଟୋଲଗେଟକୁ ଧକ୍କା ଦେବା ପରେ ଜଳିଯାଇଥିବା ବେଳେ ଜୀବନ୍ତଦଗ୍ଧ ହୋଇଯାଇଛନ୍ତି ଡ୍ରାଇଭର।

କଣ୍ଟେନରଟିରେ ଚା’ ବୋଝେଇ ହୋଇଥିଲା। ତାହା ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା।

ଟ୍ରକ୍‌ଟି ଟୋଲଗେଟ୍‌ର ୬ ନମ୍ବର ଲେନ୍‌ର ସୁରକ୍ଷାବାଡ଼ ଭାଙ୍ଗି ଦ୍ରୁତଗତିରେ ମାଡ଼ିଯାଇଥିଲା ଓ ଟୋଲଗେଟ୍‌ରେ ପିଟି ହୋଇଥିଲା। ଏହା ପରେ ଟ୍ରକ୍‌ଟିରେ ନିଆଁ ଲାଗି ଯାଇଥିଲା। ଟୋଲଗେଟ୍‌ର ବିପୁଳ କ୍ଷତି ହୋଇଥିବା ବେଳେ ସେଠାରେ କାର୍ଯ୍ୟ କରୁଥିବା କୌଣସି କର୍ମଚାରୀ ହତାହତ ହୋଇନାହାନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button