ରାଜ୍ୟ

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଅର୍ଥାତ୍ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ପଇତାଲାଗି ନୀତି ଏକ ବିଶେଷ ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇ ଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button