ରାଜ୍ୟ

ଆସନ୍ତା ୪ ରେ ଓଡିଶା ଆସିବେ ମହାମହିମ

ଡିସେମ୍ବର ୪ ତାରିଖରେ ପୁରୀକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।  ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏହା ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ପୁଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଆଜି ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ସୁରକ୍ଷା ଦାୟିତ୍ୱରେ ସମୁଦାୟ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ ।  ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ୍ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button