ରାଜ୍ୟ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ: ଓଡ଼ିଶାରେ ୧୨ ଲକ୍ଷ ୬୨୧ଟି ଘର ନିର୍ମାଣ ଲକ୍ଷ୍ୟ

ଆଜି ଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି।

ଶୋକ ପ୍ରସ୍ତାବ ନେଇ ସମବେଦନା ଜଣାଇବା ପରେ ଗୃହରେ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ଗୃହରେ କଂଗ୍ରେସ ବିଧାୟକଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଲାଭାର୍ଥୀ। ଓଡ଼ିଶାରେ ୧୨ ଲକ୍ଷ ୬୨୧ଟି ଘର ନିର୍ମାଣ ଲକ୍ଷ୍ୟ ରହିଛି।

୫ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ଏହି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ସେଥିରୁ ୧୧ ଲକ୍ଷ ୭୬ ହଜାର ୫୩ଟି ଗୃହ ମଞ୍ଜୁର ହୋଇଛି। ୭,୪୩, ୩୨୧ଟି ଗୃହ ନିର୍ମିତ ହୋଇଥିବାବେଳେ ୪ ଲକ୍ଷ ୩୨ ହଜାର ୭୩୨ ନିର୍ମାଣାଧୀନ ଅବସ୍ଥାରେ ରହିଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button