ରାଜ୍ୟ

ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ବର: ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ଡିସେମ୍ବର୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ଶେଷ ହୋଇଯିବ। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଓ ୩୧ ତାରିଖରେ ଧାଡ଼ି ଦର୍ଶନ ହେବ । ଜାନୁଆରି ୧ତାରିଖରୁ ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ। ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି।

ଶନିବାର ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଛନ୍ତି ଆଇନ ମନ୍ତ୍ରୀ। କାମ ସନ୍ତୋଷଜନକ ଭାବେ ଚାଲିଥିବା ସେ କହିଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button