ରାଜ୍ୟ

ଦୁଷ୍କର୍ମକାରୀକୁ ୨୦ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର: ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍ ପ୍ରଣତି ପଟ୍ଟନାୟକ ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଆଧାରରେ ଜଣେ ଦୁଷ୍କର୍ମକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର ତ୍ରିନାଥ ସ୍ୱାଇଁ ଓରଫ୍‌ ଜଡ଼ା। ତାଙ୍କୁ ୨୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରାଯାଇଛି। ଏହା ସହିତ ୫ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୀଡ଼ିତାଙ୍କୁ ସାଢ଼େ ୧୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

୨୦୨୩ ସେପ୍ଟେମ୍ବର ୮ତାରିଖରେ ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରାଯାଇଥିଲା। ଏ ନେଇ ପୀଡ଼ିତା ନାବାଳିକା ପରିବାରବର୍ଗଙ୍କୁ କହିବା ପରେ ପୁଲିସ କେସ୍ ନମ୍ବର ୪୨୨/୨୩ରେ ତ୍ରିନାଥଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୩ ସେପ୍ଟେମ୍ବର ୮ତାରିଖରେ ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରାଯାଇଥିଲା। ଏ ନେଇ ପୀଡ଼ିତା ନାବାଳିକା ପରିବାରବର୍ଗଙ୍କୁ କହିବା ପରେ ପୁଲିସ କେସ୍ ନମ୍ବର ୪୨୨/୨୩ରେ ତ୍ରିନାଥଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ଏସ୍‌ଆଇ ଅମରକାନ୍ତ ଷଡ଼ଙ୍ଗୀ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାର ବିଚାରଣା ବେଳେ ୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ଼ କରାଯାଇଥିଲା। ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଥିବାରୁ କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button