ରାଜ୍ୟ

ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର

ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର। ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ । ନିୟମ ଉଲ୍ଲଙ୍ଘନ କଲେ ଦୋଷୀକୁ ଦଣ୍ଡିତ କରାଯିବା ନେଇ ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ପରେ ପୁରୀ ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜାନୁଆରୀ ୧୯ ତାରିଖରେ ଶ୍ରୀମନ୍ଦିରର ଗର୍ଭଗୃହର ସମ୍ବେଦନଶୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଥିଲା। ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କବିହାରୀ ଅନନ୍ତ ଇନଷ୍ଟାଗ୍ରାମ ଓ ଫେସବୁକ୍‌ରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ କରିଥିଲେ। ଭାଇରାଲ ଭିଡିଓରେ ରତ୍ନ ସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଥିଲା। ଯାହାକୁ ନେଇ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ବର୍ତ୍ତମାନ ପୋଲିସ ଏନେଇ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଶ୍ରୀମନ୍ଦିର ଭିତର ଭିଡ଼ିଓ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇ ପୋଲିସ ତଦନ୍ତ କରୁଛି l ଶ୍ରୀମନ୍ଦିରର ଭିତର ଭିଡ଼ିଓ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁରୀ ଏସ୍ପି ପ୍ରତିକ୍ରିୟା ରଖିଛନ୍ତି l ସେହିପରି ଗତକାଲି ଶ୍ରୀମନ୍ଦିର ନିକଟରେ ଜଣେ ବ୍ୟକ୍ତି ଡ୍ରୋନ ଉଡାଉଥିବା ବେଳେ ତାଙ୍କ ବିରୋଧରେ ମାମଲା ହେବା ସହ ଡ୍ରୋନ ଜବତ କରାଯାଇଛି l ଭକ୍ତମାନେ ମନ୍ଦିର ଭିତରେ ମୋବାଇଲ କିମ୍ବା କ୍ୟାମେରା ବ୍ୟବହାର ନ କରିବା ଲାଗି ପୁରୀ ଏସ୍ପି ନିବେଦନ କରିଛନ୍ତି l ସେହିପରି ଭକ୍ତଙ୍କୁ ସଚେତନ କରିବା ଲାଗି ପୁରୀ ପୋଲିସ ପକ୍ଷରୁ ଶ୍ରୀ ମନ୍ଦିର ନିକଟରେ ବିଭିନ୍ନ ସ୍ଥାନରେ ପୋଷ୍ଟର ମରାଯାଇଛି l

କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗକୁ ନେଇ । ରାଜ୍ୟସରକାର, ପୋଲିସ ପ୍ରଶାସନ ଶ୍ରୀମନ୍ଦିର ସୁରକ୍ଷା ନେଇ ଯତ୍ନବାନ ହେବା ଆବଶ୍ୟକ ବୋଲି ସାଧାରଣରେ ମତପ୍ରକାଶ ପାଇଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button