ରାଜ୍ୟ

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ: ପୁଲିସ କମିସନରେଟ୍‌ ପକ୍ଷରୁ କଟକଣା ଜାରି, କେଉଁ ରୁଟ୍‌ରେ ଚଳାଚଳ ମନା ଜାଣନ୍ତୁ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଜାନୁଆରି ୨୮ରେ ଓଡ଼ିଶା ଆସୁଛନ୍ତି । ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌-୨୦୨୫ରେ ଯୋଗଦେବେ ପିଏମ୍‌ ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ କଟକଣା ଜାରି କରିଛି ପୁଲିସ କମିସନରେଟ୍‌।

ସକାଳ ୧୦.୨୫ରୁ ସକାଳ ୧୧.୧୦ ପର୍ଯ୍ୟନ୍ତ ଏୟାରପୋର୍ଟ ଛକ ହସ୍ପିଟାଲ ଛକ, ଏଜି ଛକ- ରାଜଭବବନ ଛକ- ପାଓ୍ୱାର ହାଉସ୍‌ ଛକ-୧୨୦ ବାଟାଲିୟନ ଛକ- ଜୟଦେବ ବିହାର ଛକ-ଜାଭିୟର ଛକ-ନାଲକୋ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବ ନାହିଁ।
ସେହିପରି ଅପରାହ୍ନ ୧୨.୨୦ ମିନିଟ୍‌ରୁ ଅପରାହ୍ନ ୧.୦୫ ପର୍ଯ୍ୟନ୍ତ ନାଲକୋ ଛକ- ଜାଭିୟର ଛକ- ଜୟଦେବ ବିହାର ଛକ- ୧୨୦ ବାଟାଲିୟନ ଛକ- ପାଓ୍ୱାର ହାଉସ୍‌ ଛକ- ରାଜଭବବନ ଛକ- ଏଜି ଛକ- ହସ୍ପିଟାଲ ଛକ- ଏୟାରପୋର୍ଟ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବେ ନାହିଁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ କାରକେଡ୍‌ ରିହର୍ଶାଲ ଶେଷ ହୋଇଛି। ଭୁବନେଶ୍ବରରେ ମୋଦୀ ୨ ଘଣ୍ଟା ୨୦ମିନିଟ୍‌ ରହିବେ। ସେଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ବ୍ଲୁ ବୁକ ଗାଇଡଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ ଲାଇନିଂ ଓ ଟ୍ରାଫିକ ବ୍ୟବସ୍ଥା କୁ କଡାକଡି କରାଯାଇଛି । ଏସପିଜି ପୂର୍ବରୁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି।

ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ । ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱରେ ରହିଛନ୍ତି। ମଙ୍ଗଳବାର ପୂର୍ବାହ୍ଣ ୧୦ଟା ୩୫ରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

ଅଧିକ ପଢ଼ନ୍ତୁ: ସେମି ଫାଇନାଲ ଦୌଡ଼ରୁ କଳିଙ୍ଗ ଲାନ୍ସର୍ସ ଓ ଦିଲ୍ଲୀ ପାଇପର୍ସ ବିଦା

ସେଠା‌ରୁ ସେ ୧୦ଟା ୫୫ମିନିଟରେ ସିଧାସଳଖ ଜନତା ମୈଦାନରେ ପହଞ୍ଚିବେ। ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ରହିବେ। ଏହା ପରେ ‌ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ସେ ଦିନ ୧୨ଟା ୫୫ମିନିଟ୍‌ରେ ଦିଲ୍ଲୀ ଫେରିଯିବେ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button