ଖେଳ ଖବର

ଟସ୍ ଜିତିଲା ଇଂଲଣ୍ଡ: ବ୍ୟାଟିଂ ନିଷ୍ପତ୍ତି

ନାଗପୁର: ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାରେ ପ୍ରଥମ ମ୍ୟାଚ୍ ଗୁରୁବାର ନାଗପୁରର ବିଦର୍ଭ କ୍ରିକେଟ୍ ସଂଘ (ଭିସିଏ) ଷ୍ଟାଡିୟମ୍‌ରେ ଖେଳାଯାଉଛି। ମ୍ୟାଚ୍‌ରେ ଇଂଲଣ୍ଡ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆ ପକ୍ଷରୁ ବୋଲିଂ ଆରମ୍ଭ ହୋଇଛି।

ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ୍ ଏବଂ ତୃତୀୟ ତଥା ଶେଷ ମ୍ୟାଚ୍ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ରେ ଖେଳାଯିବ।
ଏହି ଶୃଙ୍ଖଳା ପାକିସ୍ତାନ ଏବଂ ୟୁଏଇରେ ଖେଳାଯିବାକୁ ଥିବା ଚାମ୍ପିଅନ୍ସ ଟ୍ରଫିର ପ୍ରସ୍ତୁତି ଲାଗି ଉଭୟ ଦଳ ପାଇଁ ନିଶ୍ଚିତ ଭାବେ ଉପଯୋଗୀ ସାବ୍ୟସ୍ତ ହେବ।

 

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button