ରାଜନୀତି

ବିରୋଧୀଙ୍କ ବିଧାନସଭା ରଣନୀତି, ଜବାବ ଦେବାକୁ ଶାସକ ଦଳର ପ୍ରସ୍ତୁତି

ଆଜିଠୁ ବିଧାନସଭାର ବଜେଟ ଅଧିବେଶନ। ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ। ଏପଟେ ବଜେଟ୍ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ। ବିଶେଷକରି ଧାନମଣ୍ଡି, ବାରବାଟୀ, ଆଇନଶୃଙ୍ଖଳା ଭଳି ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ବିରୋଧୀ ଯୋଜନା କରିଛନ୍ତି।

ଆଜି ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହେବ। ଏହାପରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବକୁ ଗୃହରେ ମୁଖ୍ୟମନ୍ତ୍ରୀ ଆଗତ କରିବେ। ଏହି ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ ବିଜେଡି ଓ କଂଗ୍ରେସ। ୮ ମାସରେ ନୂଆ ନୂଆ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଥିବା ବେଳେ କାଉଣ୍ଟର କରିବାକୁ ବିଜେପି ବି କରିଛି ଷ୍ଟ୍ରାଟେଜି।

ସୂଚନା ଅନୁସାରେ, ଫେବ୍ରୁଆରି ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।

ଫେବ୍ରୁଆରୀ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button